Breaking News

ଆଜିର ରାଶିଫଳ, ୩୦ ଡିସେମ୍ବର ୨୦୨୫, ମଙ୍ଗଳବାର, ବଜରଙ୍ଗବଲିଙ୍କ ଆଶୀର୍ବାଦ ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି


ମେଷ:- ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଖାଦ୍ୟ ପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରେମ କ୍ଷେତ୍ରରେ ମିତ୍ର ମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:- ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇ ଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:- ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ମନ ଖୁସିହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂତନ ସମ୍ପତି କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଉଚ୍ଚକର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନ ଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:- ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ଉପରିସ୍ଥ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:- ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବ୍ୟବସାୟରେ ସ୍ଵାର୍ଥପରତା ଓ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:- ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବା ସହ ସ୍ୱାସ୍ଥ୍ୟ ଭଲ ରହିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇ ପାରେ। କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:- ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହେବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ ଓ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଜାଗାଜମି ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ପାଇବେ। ବାହନ ଆଦି କ୍ରୟ କରି ପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଘରୋଇ ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ସହଯୋଗୀଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:- ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବା ସହ ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:- ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:- ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଶତୃମାନେ ମଥାନତ କରିବେ ଓ ବିରୋଧୀ ମାନେ କୌଣସି କ୍ଷତି କରି ପାରିବେ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ପ୍ରଦାନକାରୀ ହେବ। ମାନସିକ ସ୍ତରରେ ଆପଣ ବହୁତ ଶାନ୍ତି ଅନୁଭବ କରିବେ ଏବଂ ଧାର୍ମିକ କାର୍ଯ୍ୟକ୍ରମରେ ଅଧିକ ସମୟ ବିତାଇବେ। କର୍ମକ୍ଷେତ୍ରରେ ଆପଣଙ୍କର ଦକ୍ଷତା ପ୍ରଦର୍ଶନ କରିବାର ସୁଯୋଗ ମିଳିବ, ଯାହାଫଳରେ ଉଚ୍ଚ ପଦାଧିକାରୀମାନେ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ବ୍ୟବସାୟୀମାନଙ୍କ ପାଇଁ ନୂତନ ନିବେଶ କରିବା ପାଇଁ ସମୟ ଅନୁକୂଳ ଅଛି ଏବଂ ଆଗାମୀ ଦିନରେ ଏହା ଭଲ ଲାଭ ଦେବ। ବନ୍ଧୁ ବାନ୍ଧବଙ୍କ ସହ ସୁସମ୍ପର୍କ ସ୍ଥାପନ ହେବା ସହ କୌଣସି ପୁରୁଣା ମତଭେଦର ସମାଧାନ ହୋଇଯିବ।ପ୍ରତିକାର- ଆଜି ଦିନସାରା ପାଖରେ ଏକ ହଳଦିଆ ରଙ୍ଗର ରୁମାଲ ରଖନ୍ତୁ ଏବଂ କୌଣସି ବିଷ୍ଣୁ ମନ୍ଦିର ଦର୍ଶନ କରନ୍ତୁ।

Type and hit Enter to search

Close